ଯିହିଜିକଲ 17

ହଁ, ଦେଖ, ରୋପିତ ହୋଇଅଛି ବୋଲି ତାହା କି କୃତକାର୍ଯ୍ୟ ହେବ? ପୂର୍ବୀୟ ବାୟୁ ସ୍ପର୍ଶ କଲେ ତାହା କି ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହୋଇ ନ ଯିବ? ବଢ଼ିବା କିଆରିରେ ତାହା ଶୁଷ୍କ ହୋଇଯିବ।”

Ezekiel 17:10 (UKJV) Yea, behold, being planted, shall it prosper? shall it not utterly wither, when the east wind touches it? it shall wither in the furrows where it grew.

8ତାହା ଯେପରି ଶାଖାବିଶିଷ୍ଟ ଓ ଫଳବତୀ ହୋଇ ଉତ୍ତମ ଦ୍ରାକ୍ଷାଲତା ହେବ, ଏଥିପାଇଁ ତାହା ଜଳରାଶିର ନିକଟସ୍ଥ ଉର୍ବର ଭୂମିରେ ରୋପିତ ହୋଇଥିଲା।

9ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତାହା କି କୃତକାର୍ଯ୍ୟ ହେବ? ତାହା ଯେପରି ଶୁଷ୍କ ହେବ, ଏଥିପାଇଁ ସେ କି ତହିଁର ମୂଳ ଉପାଡ଼ି ତହିଁର ଫଳ କାଟି ପକାଇବ ନାହିଁ? ମହାପରାକ୍ରମ ଓ ଅନେକ ଲୋକ ବିହୁନେ ହିଁ ତହିଁର ମୂଳ ଉତ୍ପାଟିତ ହୋଇ ତହିଁର ଅଙ୍କୁରିତ ନବୀନ ପତ୍ରସବୁ କି ମ୍ଳାନ ହେବ ନାହିଁ?

10ହଁ, ଦେଖ, ରୋପିତ ହୋଇଅଛି ବୋଲି ତାହା କି କୃତକାର୍ଯ୍ୟ ହେବ? ପୂର୍ବୀୟ ବାୟୁ ସ୍ପର୍ଶ କଲେ ତାହା କି ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହୋଇ ନ ଯିବ? ବଢ଼ିବା କିଆରିରେ ତାହା ଶୁଷ୍କ ହୋଇଯିବ।”

11ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

12“ତୁମ୍ଭେ ସେହି ବିଦ୍ରୋହୀ-ବଂଶକୁ କୁହ, ତୁମ୍ଭେମାନେ କି ଏହିସବୁର ତାତ୍ପର୍ଯ୍ୟ ଜାଣ ନାହିଁ? ସେମାନଙ୍କୁ କୁହ, ଦେଖ, ବାବିଲର ରାଜା ଯିରୂଶାଲମକୁ ଆସି ତହିଁର ରାଜାକୁ ଓ ତହିଁର ଅଧିପତିଗଣକୁ ଆପଣାର ନିକଟକୁ ବାବିଲକୁ ନେଇଗଲା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.