3ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଗୋଟିଏ ବଡ଼ ଉତ୍କ୍ରୋଶ ପକ୍ଷୀର ପକ୍ଷ ଥିଲା, ତାହାର ପକ୍ଷ ବଡ଼, ଡେଣା ଦୀର୍ଘ ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ, ସେ ଲିବାନୋନକୁ ଆସି ଏରସ ବୃକ୍ଷର ଅଗ୍ରଭାଗ ନେଇଗଲା:
4ସେ ତହିଁର ସାନ ସାନ ପଲ୍ଲବର ଉଚ୍ଚତମ ପଲ୍ଲବ କାଟି ବାଣିଜ୍ୟ ଦେଶକୁ ନେଇ ବଣିକମାନଙ୍କର ଗୋଟିଏ ନଗରରେ ରଖିଲା।
5ଆହୁରି, ସେ ଦେଶର ବୀଜ ନେଇ ଏକ ଉର୍ବର ଭୂମିରେ ତାହା ରୋପଣ କଲା; ସେ ଜଳରାଶିର ନିକଟରେ ବାଇଶୀ ବୃକ୍ଷ ତୁଲ୍ୟ ତାହା ରୋପଣ କଲା।
6ତହୁଁ ତାହା ବଢ଼ି ଅଳ୍ପ ଉଚ୍ଚ ଦ୍ରାକ୍ଷାଲତା ପରି ବଢ଼ିଲା, ତହିଁର ଶାଖାସବୁ ତାହାର ସମ୍ମୁଖ ହେଲା ଓ ତହିଁର ମୂଳ ତାହାର ତଳେ ରହିଲା; ଏହି ପ୍ରକାରେ ତାହା ଦ୍ରାକ୍ଷାଲତା ହୋଇ ଶାଖାବିଶିଷ୍ଟ ଓ ପଲ୍ଲବିତ ହେଲା।
7ପୁଣି, ଆଉ ଗୋଟିଏ ବଡ଼ ବଡ଼ ପକ୍ଷ ଓ ଅନେକ ଲୋମବିଶିଷ୍ଟ ବୃହତ ଉତ୍କ୍ରୋଶ ପକ୍ଷୀ ଥିଲା; ଆଉ ଦେଖ, ସେହି ଦ୍ରାକ୍ଷାଲତା ଜଳରେ ସେଚିତ ହେବା ପାଇଁ ଆପଣା ରୋପିତ ହେବା କିଆରିରୁ ତାହାର ପ୍ରତି ଆପଣା ମୂଳ ବକ୍ର କରି ଶାଖା ବିସ୍ତାର କଲା।