11ଓ ସେହି ସବୁ କର୍ତ୍ତବ୍ୟ କର୍ମ ମଧ୍ୟରୁ କୌଣସି କର୍ତ୍ତବ୍ୟ କର୍ମ ନ କରେ, ମାତ୍ର ଯେ ପର୍ବତଗଣର ଉପରେ ଭୋଜନ କରିଅଛି ଓ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରିଅଛି,
12ଦରିଦ୍ର ଦୀନହୀନର ପ୍ରତି ଅନ୍ୟାୟ କରିଅଛି, ଦୌରାତ୍ମ୍ୟ ଦ୍ୱାରା ଅପହରଣ କରିଅଛି, ବନ୍ଧକି ଦ୍ରବ୍ୟ ଫେରାଇ ଦେଇ ନାହିଁ ଓ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରିଅଛି,
13ଘୃଣାଯୋଗ୍ୟ କ୍ରିୟା କରିଅଛି, ସୁଧ ପାଇଁ ଋଣ ଦେଇଅଛି ଓ ବୃଦ୍ଧି ଗ୍ରହଣ କରିଅଛି, ସେ କି ବଞ୍ଚିବ? ସେ ବଞ୍ଚିବ ନାହିଁ, ସେ ଏହିସବୁ ଘୃଣାଯୋଗ୍ୟ କ୍ରିୟା କରିଅଛି; ସେ ନିଶ୍ଚୟ ମରିବ, ତାହାର ରକ୍ତ ତାହାର ଉପରେ ବର୍ତ୍ତିବ।
14ଆହୁରି ଦେଖ, ଯଦି ସେହି ଲୋକର ପୁତ୍ର ଆପଣା ପିତାର କୃତ ପାପସକଳ ଦେଖେ ଓ ଭୟ କରି ସେହିପରି କାର୍ଯ୍ୟ ନ କରେ,
15ଯେ ପର୍ବତଗଣ ଉପରେ ଭୋଜନ କରି ନାହିଁ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ,