13ଘୃଣାଯୋଗ୍ୟ କ୍ରିୟା କରିଅଛି, ସୁଧ ପାଇଁ ଋଣ ଦେଇଅଛି ଓ ବୃଦ୍ଧି ଗ୍ରହଣ କରିଅଛି, ସେ କି ବଞ୍ଚିବ? ସେ ବଞ୍ଚିବ ନାହିଁ, ସେ ଏହିସବୁ ଘୃଣାଯୋଗ୍ୟ କ୍ରିୟା କରିଅଛି; ସେ ନିଶ୍ଚୟ ମରିବ, ତାହାର ରକ୍ତ ତାହାର ଉପରେ ବର୍ତ୍ତିବ।
14ଆହୁରି ଦେଖ, ଯଦି ସେହି ଲୋକର ପୁତ୍ର ଆପଣା ପିତାର କୃତ ପାପସକଳ ଦେଖେ ଓ ଭୟ କରି ସେହିପରି କାର୍ଯ୍ୟ ନ କରେ,
15ଯେ ପର୍ବତଗଣ ଉପରେ ଭୋଜନ କରି ନାହିଁ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ,
16କିଅବା କାହାରି ପ୍ରତି ଅନ୍ୟାୟ କରି ନାହିଁ, କୌଣସି ବନ୍ଧକି ଦ୍ରବ୍ୟ ଗ୍ରହଣ କରି ନାହିଁ, କିଅବା ଦୌରାତ୍ମ୍ୟ ଦ୍ୱାରା ଅପହରଣ କରି ନାହିଁ, ମାତ୍ର କ୍ଷୁଧିତକୁ ଆପଣା ଭକ୍ଷ୍ୟ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି,
17ଯେ ଦରିଦ୍ର ପ୍ରତି ଉପଦ୍ରବରୁ ଆପଣା ହସ୍ତ ଫେରାଇଅଛି, ସୁଧ କି ବୃଦ୍ଧି ଗ୍ରହଣ କରି ନାହିଁ, ଆମ୍ଭର ଶାସନସକଳ ପାଳନ କରିଅଛି, ଆମ୍ଭ ବିଧି ଅନୁଯାୟୀ ଆଚରଣ କରିଅଛି; ସେ ଆପଣା ପିତାର ଅଧର୍ମ ସକାଶୁ ମରିବ ନାହିଁ, ସେ ନିଶ୍ଚୟ ବଞ୍ଚିବ।