1ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା,
2“ପିତାମାତା ‘ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ସନ୍ତାନଗଣର ଦନ୍ତ ଖଟା ହୋଇଅଛି, ଏହି ଯେଉଁ ପ୍ରବାଦ ତୁମ୍ଭେମାନେ ଇସ୍ରାଏଲ ଦେଶ ବିଷୟରେ କହୁଅଛ,’ ଏଥିରେ ତୁମ୍ଭମାନଙ୍କର ଅଭିପ୍ରାୟ କି?
3ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ଇସ୍ରାଏଲ ମଧ୍ୟରେ ଏହି ପ୍ରବାଦ କହିବାର କାରଣ ଆଉ ପାଇବ ନାହିଁ।
4ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ।