21ମାତ୍ର ଦୁଷ୍ଟ ଯଦି ଆପଣାର କୃତ ସକଳ ପାପରୁ ଫେରେ ଓ ଆମ୍ଭର ବିଧିସକଳ ପାଳନ କରେ, ପୁଣି, ନ୍ୟାୟ ଓ ଧର୍ମାଚରଣ କରେ, ତେବେ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।
22ତାହାର କୃତ କୌଣସି ଅପରାଧ ତାହା ବିରୁଦ୍ଧରେ ସ୍ମରଣ କରାଯିବ ନାହିଁ; ସେ ଯେଉଁ ଧର୍ମାଚରଣ କରିଅଛି, ତଦ୍ଦ୍ୱାରା ବଞ୍ଚିବ।
23ପ୍ରଭୁ, ସଦାପ୍ରଭୁ କହନ୍ତି, ଦୁଷ୍ଟର ମରଣରେ କି ଆମ୍ଭର କିଛି ସନ୍ତୋଷ ଅଛି? ବରଂ ସେ ଆପଣା କୁପଥରୁ ଫେରି ବଞ୍ଚୁ, ଏଥିରେ କି ଆମ୍ଭର ସନ୍ତୋଷ ନାହିଁ?
24ମାତ୍ର ଧାର୍ମିକ ଲୋକ ଯଦି ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ଦୁଷ୍ଟ ଲୋକର କୃତ ସକଳ ଘୃଣାଯୋଗ୍ୟ କ୍ରିୟାନୁଯାୟୀ ଆଚରଣ କରେ, ତେବେ ସେ କି ବଞ୍ଚିବ? ତାହାର କୃତ କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ; ସେ ଯେଉଁ ସତ୍ୟ-ଲଙ୍ଘନ କରିଅଛି, ସେହି ସତ୍ୟ-ଲଙ୍ଘନରେ ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପରେ ସେ ମରିବ।
25ତଥାପି ତୁମ୍ଭେମାନେ କହୁଅଛ, ‘ପ୍ରଭୁଙ୍କର ପଥ ସରଳ ନୁହେଁ।’ ହେ ଇସ୍ରାଏଲ ବଂଶ, ଏବେ ଶୁଣ; ଆମ୍ଭର ପଥ କି ସରଳ ନୁହେଁ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ?