25ତଥାପି ତୁମ୍ଭେମାନେ କହୁଅଛ, ‘ପ୍ରଭୁଙ୍କର ପଥ ସରଳ ନୁହେଁ।’ ହେ ଇସ୍ରାଏଲ ବଂଶ, ଏବେ ଶୁଣ; ଆମ୍ଭର ପଥ କି ସରଳ ନୁହେଁ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ?
26ଧାର୍ମିକ ଲୋକ ଯେତେବେଳେ ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ତହିଁରେ ମରେ, ସେତେବେଳେ ସେ ଯେଉଁ ଅଧର୍ମ କରିଅଛି, ତହିଁରେ ହିଁ ମରିବ।
27ପୁନର୍ବାର ଦୁଷ୍ଟ ଲୋକ ଯେତେବେଳେ ଆପଣା କୃତ ଦୁଷ୍ଟତାରୁ ଫେରେ, ଆଉ ନ୍ୟାୟ ଓ ଧର୍ମାଚରଣ କରେ, ସେତେବେଳେ ସେ ଆପଣା ପ୍ରାଣ ଜୀବିତ ରକ୍ଷା କରିବ।
28ସେ ବିବେଚନା କରେ ଓ ଆପଣା କୃତ ସମସ୍ତ ଅପରାଧରୁ ଫେରେ, ଏଥିପାଇଁ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।
29ତଥାପି ଇସ୍ରାଏଲ ବଂଶ କହନ୍ତି, ପ୍ରଭୁଙ୍କର ପଥ ସରଳ ନୁହେଁ? ହେ ଇସ୍ରାଏଲ ବଂଶ, ଆମ୍ଭର ପଥ କି ସରଳ ନୁହେଁ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ?