ଯିହିଜିକଲ 18

ଯେହେତୁ ଯେ ମରେ, ତାହାର ମରଣରେ ଆମ୍ଭର କିଛି ସନ୍ତୋଷ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ଏଥିପାଇଁ ତୁମ୍ଭେମାନେ ଫେରି ବଞ୍ଚ।”

Ezekiel 18:32 (UKJV) For I have no pleasure in the death of him that dies, says the Lord GOD: wherefore turn yourselves, and live all of you.

30ଏଥିପାଇଁ ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ।

31ତୁମ୍ଭେମାନେ ଆପଣାମାନଙ୍କର କୃତ ସମସ୍ତ ଅପରାଧ ଆପଣାମାନଙ୍କଠାରୁ ଦୂର କରିଦିଅ ଓ ଆପଣାମାନଙ୍କ ପାଇଁ ନୂତନ ଅନ୍ତଃକରଣ ଓ ନୂତନ ଆତ୍ମା ପ୍ରସ୍ତୁତ କର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ?

32ଯେହେତୁ ଯେ ମରେ, ତାହାର ମରଣରେ ଆମ୍ଭର କିଛି ସନ୍ତୋଷ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ଏଥିପାଇଁ ତୁମ୍ଭେମାନେ ଫେରି ବଞ୍ଚ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.