4ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ।
5ମାତ୍ର ଯଦି ମନୁଷ୍ୟ ଧାର୍ମିକ ହୁଏ, ନ୍ୟାୟ ଓ ଧର୍ମାଚରଣ କରେ,
6ପୁଣି, ଯେ ପର୍ବତଗଣର ଉପରେ ଭୋଜନ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଅଥବା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ, କିଅବା ଋତୁମତୀ ସ୍ତ୍ରୀର ନିକଟକୁ ଆସି ନାହିଁ;
7ପୁଣି, ଯେ କାହାରି ପ୍ରତି ଅନ୍ୟାୟ କରି ନାହିଁ, ମାତ୍ର ଋଣୀକୁ ତାହାର ବନ୍ଧକି ଦ୍ରବ୍ୟ ଫେରାଇ ଦେଇଅଛି, ଉପଦ୍ରବ କରି କାହାରି କିଛି ଅପହରଣ କରି ନାହିଁ, ଆପଣାର ଭକ୍ଷ୍ୟ କ୍ଷୁଧିତକୁ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି;
8ଯେ ସୁଧ ପାଇଁ ଋଣ ଦେଇ ନାହିଁ, କିଅବା କିଛି ବୃଦ୍ଧି ନେଇ ନାହିଁ, ଯେ ଅଧର୍ମରୁ ଆପଣା ହସ୍ତ ଫେରାଇଅଛି, ମନୁଷ୍ୟ ମନୁଷ୍ୟର ମଧ୍ୟରେ ଯଥାର୍ଥ ବିଚାର କରିଅଛି,