7ପୁଣି, ଯେ କାହାରି ପ୍ରତି ଅନ୍ୟାୟ କରି ନାହିଁ, ମାତ୍ର ଋଣୀକୁ ତାହାର ବନ୍ଧକି ଦ୍ରବ୍ୟ ଫେରାଇ ଦେଇଅଛି, ଉପଦ୍ରବ କରି କାହାରି କିଛି ଅପହରଣ କରି ନାହିଁ, ଆପଣାର ଭକ୍ଷ୍ୟ କ୍ଷୁଧିତକୁ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି;
8ଯେ ସୁଧ ପାଇଁ ଋଣ ଦେଇ ନାହିଁ, କିଅବା କିଛି ବୃଦ୍ଧି ନେଇ ନାହିଁ, ଯେ ଅଧର୍ମରୁ ଆପଣା ହସ୍ତ ଫେରାଇଅଛି, ମନୁଷ୍ୟ ମନୁଷ୍ୟର ମଧ୍ୟରେ ଯଥାର୍ଥ ବିଚାର କରିଅଛି,
9ଆମ୍ଭର ବିଧିମତେ ଆଚରଣ କରିଅଛି ଓ ସତ୍ୟ ବ୍ୟବହାର କରିବା ନିମନ୍ତେ ଆମ୍ଭର ଶାସନସକଳ ପାଳନ କରିଅଛି, ସେହି ଲୋକ ଧାର୍ମିକ, ପ୍ରଭୁ, ସଦାପ୍ରଭୁ କହନ୍ତି, ସେ ଅବଶ୍ୟ ବଞ୍ଚିବ।
10ଯଦି ସେହି ଲୋକର ପୁତ୍ର ଡକାୟତ ଓ ରକ୍ତପାତକାରୀ ହୁଏ, ଆଉ ଏଥିମଧ୍ୟରୁ କୌଣସି କାର୍ଯ୍ୟ କରେ
11ଓ ସେହି ସବୁ କର୍ତ୍ତବ୍ୟ କର୍ମ ମଧ୍ୟରୁ କୌଣସି କର୍ତ୍ତବ୍ୟ କର୍ମ ନ କରେ, ମାତ୍ର ଯେ ପର୍ବତଗଣର ଉପରେ ଭୋଜନ କରିଅଛି ଓ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରିଅଛି,