8ତହିଁରେ ନାନା ପ୍ରଦେଶରୁ ଗୋଷ୍ଠୀୟମାନେ ଆସି ତାହାର ବିରୁଦ୍ଧରେ ଚାରିଆଡ଼େ ଉଠିଲେ; ଆଉ, ସେମାନେ ତାହାର ଉପରେ ଆପଣାମାନଙ୍କର ଜାଲ ପ୍ରସାରିଲେ; ସେ ସେମାନଙ୍କ ଗର୍ତ୍ତରେ ଧରାପଡ଼ିଲା।
9ଆଉ, ସେମାନେ ତାକୁ ଅଙ୍କୁଶ ଦ୍ୱାରା ପିଞ୍ଜରରେ ରଖି ବାବିଲ ରାଜା ନିକଟକୁ ନେଇଗଲେ; ଇସ୍ରାଏଲର ପର୍ବତସମୂହରେ ତାହାର ହୁଙ୍କାର ଶବ୍ଦ ଯେପରି ଆଉ ଶୁଣା ନ ଯାଏ, ଏଥିପାଇଁ ସେମାନେ ତାହାକୁ ଦୃଢ଼ ଗଡ଼ ମଧ୍ୟକୁ ନେଇଗଲେ।
10ତୁମ୍ଭର ରକ୍ତରେ ତୁମ୍ଭର ମାତା ଜଳରାଶି ନିକଟରେ ରୋପିତ ଦ୍ରାକ୍ଷାଲତା ସ୍ୱରୂପ ଥିଲା; ଅନେକ ଜଳ ସକାଶୁ ସେ ଫଳବତୀ ଓ ଶାଖାରେ ପରିପୂର୍ଣ୍ଣ ଥିଲା।
11ପୁଣି, କର୍ତ୍ତୃତ୍ୱକାରୀମାନଙ୍କର ରାଜଦଣ୍ଡ ହେବା ନିମନ୍ତେ ତାହାର ଶାଖାସବୁ ଦୃଢ଼ ହୋଇଥିଲା, ଗହଳ ଶାଖାମାନର ମଧ୍ୟରେ ସେହି ସବୁ ଦୀର୍ଘତାରେ ଉଚ୍ଚୀକୃତ ହୋଇଥିଲା, ଆଉ ସେହି ସବୁ ସ୍ୱ ଉଚ୍ଚତାରେ ଓ ଶାଖାର ବାହୁଲ୍ୟରେ ଦେଖାଗଲା।
12ମାତ୍ର କୋପରେ ସେ ଉତ୍ପାଟିତ ହେଲା, ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀୟ ବାୟୁ ତାହାର ଫଳ ଶୁଷ୍କ କଲା; ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହେଲା; ଅଗ୍ନି ସେହି ସବୁକୁ ଗ୍ରାସ କଲା।