12ମାତ୍ର କୋପରେ ସେ ଉତ୍ପାଟିତ ହେଲା, ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀୟ ବାୟୁ ତାହାର ଫଳ ଶୁଷ୍କ କଲା; ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହେଲା; ଅଗ୍ନି ସେହି ସବୁକୁ ଗ୍ରାସ କଲା।
13ପୁଣି, ଏବେ ସେ ପ୍ରାନ୍ତର ମଧ୍ୟରେ ନିର୍ଜଳ ଓ ଶୁଷ୍କ ଭୂମିରେ ରୋପିତ ହୋଇଅଛି।
14ଆଉ, ତାହାର ଶାଖା ଦଣ୍ଡସମୂହରୁ ଅଗ୍ନି ନିର୍ଗତ ହୋଇ ତାହାର ଫଳ ଗ୍ରାସ କରିଅଛି; ଏହେତୁ ରାଜଦଣ୍ଡ ହେବା ପାଇଁ ତାହାର ଗୋଟିଏ ଦୃଢ଼ ଶାଖା ନାହିଁ।” ଏହା ବିଳାପର ବିଷୟ ଅଟେ ଓ ବିଳାପଜନକ ହେବ।