1“ଆହୁରି, ତୁମ୍ଭେ ଇସ୍ରାଏଲର ଅଧିପତିଗଣ ବିଷୟରେ ବିଳାପ କରି କୁହ,
2ତୁମ୍ଭର ମାତା କଅଣ ଥିଲା? ସେ ତ ସିଂହୀ; ସେ ସିଂହଗଣ ମଧ୍ୟରେ ଶୟନ କଲା, ଯୁବା ସିଂହଗଣ ମଧ୍ୟରେ ଆପଣା ଛୁଆମାନଙ୍କୁ ପ୍ରତିପାଳନ କଲା।
3ତାହାର ପ୍ରତିପାଳିତ ଛୁଆମାନଙ୍କ ମଧ୍ୟରୁ ଗୋଟିଏ ଛୁଆ ଯୁବା ସିଂହ ହେଲା; ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା।
4ନାନା ଦେଶୀୟମାନେ ତାହାର ବିଷୟ ଶୁଣିଲେ, ସେମାନଙ୍କର ଗର୍ତ୍ତରେ ସେ ଧରାପଡ଼ିଲା ଓ ସେମାନେ ଅଙ୍କୁଶ ଦ୍ୱାରା ତାହାକୁ ମିସର ଦେଶକୁ ଆଣିଲେ।