1ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା।”
2ସେ କଥା କହିବା ବେଳେ ପରମେଶ୍ୱରଙ୍କ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ତହିଁରେ ଯେ ମୋʼ ସଙ୍ଗେ କଥା କହିଲେ, ତାହାଙ୍କ ବାକ୍ୟ ମୁଁ ଶୁଣିଲି।
3ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ସୁଦ୍ଧା କରୁଅଛନ୍ତି।