8ମାତ୍ର ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର।”
9ତହିଁରେ ମୁଁ ଅନାନ୍ତେ, ଦେଖ, ଏକ ହସ୍ତ ମୋʼ ପ୍ରତି ପ୍ରସାରିତ ହେଲା, ଆଉ ଦେଖ, ତହିଁ ମଧ୍ୟରେ ଏକ ନଳାକାର ପୁସ୍ତକ ଥିଲା;
10ଆଉ, ସେ ମୋʼ ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ଓ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।