ଯିହିଜିକଲ 2

ସେମାନେ ବିଦ୍ରୋହୀ ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍‍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ।

Ezekiel 2:5 (UKJV) And they, whether they will hear, or whether they will forbear, (for they are a rebellious house,) yet shall know that there has been a prophet among them.

3ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ସୁଦ୍ଧା କରୁଅଛନ୍ତି।

4ସେହି ସନ୍ତାନମାନେ ନିର୍ଲଜ ମୁଖ ଓ କଠିନ ଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।’

5ସେମାନେ ବିଦ୍ରୋହୀ ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍‍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ।

6ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।

7ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.