5ସେମାନେ ବିଦ୍ରୋହୀ ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ।
6ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।
7ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ।
8ମାତ୍ର ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର।”
9ତହିଁରେ ମୁଁ ଅନାନ୍ତେ, ଦେଖ, ଏକ ହସ୍ତ ମୋʼ ପ୍ରତି ପ୍ରସାରିତ ହେଲା, ଆଉ ଦେଖ, ତହିଁ ମଧ୍ୟରେ ଏକ ନଳାକାର ପୁସ୍ତକ ଥିଲା;