10ଏହିରୂପେ ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରାଇ ପ୍ରାନ୍ତରକୁ ଆଣିଲୁ।
11ପୁଣି, ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ଶାସନସକଳ ଜ୍ଞାତ କରାଇଲୁ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ!
12ଆହୁରି ମଧ୍ୟ ଆମ୍ଭେ ଯେ ସେମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭର ଓ ସେମାନଙ୍କ ମଧ୍ୟରେ ଚିହ୍ନସ୍ୱରୂପ ହେବା ନିମନ୍ତେ ଆମ୍ଭେ ଆପଣାର ବିଶ୍ରାମ ଦିନସକଳ ସେମାନଙ୍କୁ ଦେଲୁ।
13ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
14ତଥାପି ଯେଉଁ ଗୋଷ୍ଠୀଗଣ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେମାନଙ୍କ ଦୃଷ୍ଟିରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।