17ତଥାପି ସେମାନଙ୍କୁ ବିନାଶ କରିବା ପାଇଁ ଆମ୍ଭର ଲଜ୍ଜ୍ୟା ହେଲା, ଏଣୁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କଲୁ ନାହିଁ।
18ପୁଣି, ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ ଆପଣାମାନଙ୍କର ପିତୃଗଣର ବିଧି ଅନୁସାରେ ଚାଲ ନାହିଁ କିଅବା ସେମାନଙ୍କର ଶାସନସକଳ ମାନ ନାହିଁ, ଅଥବା ସେମାନଙ୍କ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ;
19ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ; ଆମ୍ଭର ବିଧିରୂପ ପଥରେ ଚାଲ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କର;
20ପୁଣି, ଆମ୍ଭର ବିଶ୍ରାମ ଦିନସକଳ ପବିତ୍ର କର; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତାହାସବୁ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ଏକ ଚିହ୍ନସ୍ୱରୂପ ହେବ।
21ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।