21ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
22ତଥାପି ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେହି ଗୋଷ୍ଠୀୟମାନଙ୍କ ନିକଟରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ହସ୍ତ ସମ୍ବରଣ କଲୁ ଓ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
23ମାତ୍ର ଆମ୍ଭେ ନାନା ଗୋଷ୍ଠୀୟ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ ଓ ନାନା ଦେଶରେ ସେମାନଙ୍କୁ ନିକ୍ଷେପ କରିବୁ ବୋଲି ସେମାନଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଲୁ;
24କାରଣ ସେମାନେ ଆମ୍ଭର ଶାସନସକଳ ପାଳନ କଲେ ନାହିଁ, ମାତ୍ର ଆମ୍ଭର ବିଧିସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ, ପୁଣି, ସେମାନଙ୍କ ପିତୃବର୍ଗର ପ୍ରତିମାଗଣ ପ୍ରତି ସେମାନଙ୍କର ଦୃଷ୍ଟି ରହିଲା।
25ଆହୁରି ମଧ୍ୟ ଯାହା ସେମାନଙ୍କର ମଙ୍ଗଳଜନକ ନୁହେଁ, ଏପରି ବିଧି ଓ ଯହିଁରେ ସେମାନେ ବଞ୍ଚିବେ ନାହିଁ, ଏପରି ଶାସନସବୁ ଆମ୍ଭେ ସେମାନଙ୍କୁ ଦେଲୁ;