1ଏଥିଉତ୍ତାରେ ସପ୍ତମ ବର୍ଷର ପଞ୍ଚମ ମାସରେ, ମାସର ଦଶମ ଦିନରେ, ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ସଦାପ୍ରଭୁଙ୍କ ନିକଟରେ ପଚାରିବା ପାଇଁ ଆସି ମୋʼ ସମ୍ମୁଖରେ ବସିଲେ।
2ସେତେବେଳେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
3“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ କି ଆମ୍ଭ ନିକଟରେ ପଚାରିବାକୁ ଆସିଅଛ? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ନାହିଁ।
4ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ସେମାନଙ୍କର ବିଚାର କରିବ? ତୁମ୍ଭେ କି ସେମାନଙ୍କର ବିଚାର କରିବ? ସେମାନଙ୍କ ପୂର୍ବପୁରୁଷଗଣର ଘୃଣାଯୋଗ୍ୟ କ୍ରିୟାସକଳ ସେମାନଙ୍କୁ ଜ୍ଞାତ କରାଅ,
5ଆଉ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ମନୋନୀତ କଲୁ ଓ ଯାକୁବର କୁଳଜାତ ବଂଶ ସପକ୍ଷରେ ଆପଣା ହସ୍ତ ଉଠାଇଲୁ ଓ ମିସର ଦେଶରେ ସେମାନଙ୍କ ନିକଟରେ ଆପଣାର ପରିଚୟ ଦେଲୁ, ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବୋଲି କହିଲୁ;