31ଆଉ, ଯେତେବେଳେ ତୁମ୍ଭେମାନେ ଆପଣା ଆପଣା ଉପହାର ଦାନ କରୁଅଛ, ଆପଣା ଆପଣା ସନ୍ତାନଗଣକୁ ଅଗ୍ନି ମଧ୍ୟଦେଇ ଗମନ କରାଉଅଛ, ସେତେବେଳେ ତୁମ୍ଭେମାନେ କି ଆଜି ପର୍ଯ୍ୟନ୍ତ ଆପଣା ଆପଣା ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରୁ ନାହଁ? ତେବେ ହେ ଇସ୍ରାଏଲ ବଂଶ, ଆମ୍ଭେ କି ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବା ପାଇଁ ଦେବା ନାହିଁ;
32ପୁଣି, ‘ଆମ୍ଭେମାନେ କାଷ୍ଠ ଓ ପ୍ରସ୍ତରର ସେବା କରି ଅନ୍ୟଦେଶୀୟମାନଙ୍କର ଓ ନାନା ଦେଶ ନିବାସୀ ଗୋଷ୍ଠୀମାନଙ୍କ ତୁଲ୍ୟ ହେବା ବୋଲି ଏହି ଯେଉଁ କଥା ତୁମ୍ଭମାନଙ୍କ ମନରେ ଉଠୁଅଛି ଓ ଯାହା ତୁମ୍ଭେମାନେ କହୁଅଛ,’ ତାହା କେବେ ଘଟିବ ନାହିଁ।
33ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କ ଉପରେ ରାଜା ହେବା;
34ପୁଣି, ଆମ୍ଭେ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ୱାରା ତୁମ୍ଭମାନଙ୍କୁ ଗୋଷ୍ଠୀଗଣ ମଧ୍ୟରୁ ବାହାର କରି ଆଣିବା ଓ ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ଛିନ୍ନଭିନ୍ନ ହୋଇଅଛ, ସେହି ସବୁ ସ୍ଥାନରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା;
35ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗୋଷ୍ଠୀସମୂହର ପ୍ରାନ୍ତରକୁ ଆଣି ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭମାନଙ୍କ ସହିତ ବିଚାର କରିବା।