33ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କ ଉପରେ ରାଜା ହେବା;
34ପୁଣି, ଆମ୍ଭେ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ୱାରା ତୁମ୍ଭମାନଙ୍କୁ ଗୋଷ୍ଠୀଗଣ ମଧ୍ୟରୁ ବାହାର କରି ଆଣିବା ଓ ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ଛିନ୍ନଭିନ୍ନ ହୋଇଅଛ, ସେହି ସବୁ ସ୍ଥାନରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା;
35ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗୋଷ୍ଠୀସମୂହର ପ୍ରାନ୍ତରକୁ ଆଣି ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭମାନଙ୍କ ସହିତ ବିଚାର କରିବା।
36ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମିସର ଦେଶର ପ୍ରାନ୍ତରରେ ଯେପରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସହିତ ବିଚାର କରିଥିଲୁ, ସେହିପରି ତୁମ୍ଭମାନଙ୍କ ସହିତ ବିଚାର କରିବା।
37ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପାଞ୍ଚଣ ତଳେ ଗମନ କରାଇବା ଓ ଆମ୍ଭେ ତୁମ୍ଭମାନଙ୍କୁ ନିୟମରୂପ ବନ୍ଧନରେ ଆବଦ୍ଧ କରିବା;