ଯିହିଜିକଲ 20

ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମିସର ଦେଶର ପ୍ରାନ୍ତରରେ ଯେପରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସହିତ ବିଚାର କରିଥିଲୁ, ସେହିପରି ତୁମ୍ଭମାନଙ୍କ ସହିତ ବିଚାର କରିବା।

Ezekiel 20:36 (UKJV) Like I pleaded with your fathers in the wilderness of the land of Egypt, so will I plead with you, says the Lord GOD.

34ପୁଣି, ଆମ୍ଭେ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ୱାରା ତୁମ୍ଭମାନଙ୍କୁ ଗୋଷ୍ଠୀଗଣ ମଧ୍ୟରୁ ବାହାର କରି ଆଣିବା ଓ ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ଛିନ୍ନଭିନ୍ନ ହୋଇଅଛ, ସେହି ସବୁ ସ୍ଥାନରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା;

35ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗୋଷ୍ଠୀସମୂହର ପ୍ରାନ୍ତରକୁ ଆଣି ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭମାନଙ୍କ ସହିତ ବିଚାର କରିବା।

36ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମିସର ଦେଶର ପ୍ରାନ୍ତରରେ ଯେପରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସହିତ ବିଚାର କରିଥିଲୁ, ସେହିପରି ତୁମ୍ଭମାନଙ୍କ ସହିତ ବିଚାର କରିବା।

37ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପାଞ୍ଚଣ ତଳେ ଗମନ କରାଇବା ଓ ଆମ୍ଭେ ତୁମ୍ଭମାନଙ୍କୁ ନିୟମରୂପ ବନ୍ଧନରେ ଆବଦ୍ଧ କରିବା;

38ପୁଣି, ଆମ୍ଭେ ବିଦ୍ରୋହୀମାନଙ୍କୁ ଓ ଆମ୍ଭ ବିରୁଦ୍ଧରେ ଅପରାଧକାରୀମାନଙ୍କୁ ତୁମ୍ଭମାନଙ୍କ ମଧ୍ୟରୁ ଝାଡ଼ି ଦୂର କରିଦେବା; ସେମାନେ ଯେଉଁ ଦେଶରେ ପ୍ରବାସ କରୁଅଛନ୍ତି, ସେ ଦେଶରୁ ଆମ୍ଭେ ସେମାନଙ୍କୁ ବାହାର କରି ଆଣିବା, ମାତ୍ର ସେମାନେ ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.