ଯିହିଜିକଲ 20

ଯେଉଁ ସମୟରେ ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ବାହାର କରି ଆଣିବା ଓ ଯେଉଁ ଯେଉଁ ଦେଶରେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ରହିଅଛ, ସେହି ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସୁଗନ୍ଧିଯୁକ୍ତ ଆଘ୍ରାଣାର୍ଥକ ଦ୍ରବ୍ୟ ତୁଲ୍ୟ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କଠାରେ ଗୋଷ୍ଠୀଗଣର ସାକ୍ଷାତରେ ପବିତ୍ରୀକୃତ ହେବା।

Ezekiel 20:41 (UKJV) I will accept you with your sweet savour, when I bring you out from the people, and gather you out of the countries wherein all of you have been scattered; and I will be sanctified in you before the heathen.

39ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି କଥା କହନ୍ତି; ତୁମ୍ଭେମାନେ ଯଦି ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ତୁମ୍ଭେମାନେ ପ୍ରତ୍ୟେକେ ଯାଇ ଏବେ ଓ ଏଥିଉତ୍ତାରେ ମଧ୍ୟ ଆପଣା ଆପଣା ପ୍ରତିମାଗଣର ସେବା କର; ମାତ୍ର ତୁମ୍ଭେମାନେ ଆପଣାମାନଙ୍କର ଉପହାର ଓ ପ୍ରତିମାଗଣ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅପବିତ୍ର କରିବ ନାହିଁ।

40କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।

41ଯେଉଁ ସମୟରେ ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ବାହାର କରି ଆଣିବା ଓ ଯେଉଁ ଯେଉଁ ଦେଶରେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ରହିଅଛ, ସେହି ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସୁଗନ୍ଧିଯୁକ୍ତ ଆଘ୍ରାଣାର୍ଥକ ଦ୍ରବ୍ୟ ତୁଲ୍ୟ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କଠାରେ ଗୋଷ୍ଠୀଗଣର ସାକ୍ଷାତରେ ପବିତ୍ରୀକୃତ ହେବା।

42ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଲୁ, ଇସ୍ରାଏଲର ସେହି ଦେଶକୁ ଆମ୍ଭେ ଯେତେବେଳେ ତୁମ୍ଭମାନଙ୍କୁ ଆଣିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।

43ଆଉ, ଯହିଁରେ ତୁମ୍ଭେମାନେ ଆପଣାମାନଙ୍କୁ ଅଶୁଚି କରିଅଛ, ଆପଣାମାନଙ୍କର ସେହି ଆଚାର ବ୍ୟବହାର ଓ କ୍ରିୟାସକଳ ତୁମ୍ଭେମାନେ ସେଠାରେ ସ୍ମରଣ କରିବ ଓ ଆପଣାମାନଙ୍କର କୃତ ସମସ୍ତ କୁକ୍ରିୟା ସକାଶୁ ଆପଣାମାନଙ୍କୁ ଘୃଣା କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.