42ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଲୁ, ଇସ୍ରାଏଲର ସେହି ଦେଶକୁ ଆମ୍ଭେ ଯେତେବେଳେ ତୁମ୍ଭମାନଙ୍କୁ ଆଣିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
43ଆଉ, ଯହିଁରେ ତୁମ୍ଭେମାନେ ଆପଣାମାନଙ୍କୁ ଅଶୁଚି କରିଅଛ, ଆପଣାମାନଙ୍କର ସେହି ଆଚାର ବ୍ୟବହାର ଓ କ୍ରିୟାସକଳ ତୁମ୍ଭେମାନେ ସେଠାରେ ସ୍ମରଣ କରିବ ଓ ଆପଣାମାନଙ୍କର କୃତ ସମସ୍ତ କୁକ୍ରିୟା ସକାଶୁ ଆପଣାମାନଙ୍କୁ ଘୃଣା କରିବ।
44ପୁଣି, ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେତେବେଳେ ତୁମ୍ଭମାନଙ୍କର ଦୁଷ୍ଟ ଆଚାର ବ୍ୟବହାରାନୁସାରେ ନୁହେଁ, କିଅବା ତୁମ୍ଭମାନଙ୍କର ଭ୍ରଷ୍ଟ କ୍ରିୟାନୁସାରେ ନୁହେଁ, ମାତ୍ର ଆପଣା ନାମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା, ସେତେବେଳେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
45ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
46“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦକ୍ଷିଣ ଦିଗ ପ୍ରତି ଆପଣା ମୁଖ ରଖ ଓ ଦକ୍ଷିଣ ଦିଗ ପ୍ରତି ଆପଣା ବାକ୍ୟ ବର୍ଷଣ କର, ଆଉ ଦକ୍ଷିଣ ପ୍ରାନ୍ତରସ୍ଥ ଅରଣ୍ୟ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;