46“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦକ୍ଷିଣ ଦିଗ ପ୍ରତି ଆପଣା ମୁଖ ରଖ ଓ ଦକ୍ଷିଣ ଦିଗ ପ୍ରତି ଆପଣା ବାକ୍ୟ ବର୍ଷଣ କର, ଆଉ ଦକ୍ଷିଣ ପ୍ରାନ୍ତରସ୍ଥ ଅରଣ୍ୟ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
47ପୁଣି, ଦକ୍ଷିଣ ଦିଗର ଅରଣ୍ୟକୁ କୁହ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ଜ୍ୱଳାଇବା, ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କ ବୃକ୍ଷକୁ ଗ୍ରାସ କରିବ; ସେହି ଜ୍ୱଳନ୍ତ ଅଗ୍ନିଶିଖା ନିର୍ବାପିତ ହେବ ନାହିଁ ଓ ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ମୁଖ ତଦ୍ଦ୍ୱାରା ଦଗ୍ଧ ହେବ।
48ତହିଁରେ ଆମ୍ଭେ ସଦାପ୍ରଭୁ ସେହି ଅଗ୍ନି ଯେ ଜ୍ୱଳାଇଅଛୁ, ଏହା ସମସ୍ତ ପ୍ରାଣୀ ଦେଖିବେ, ତହିଁର ନିର୍ବାଣ ନୋହିବ।”
49ଏଥିରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ସେମାନେ ମୋʼ ବିଷୟରେ କହନ୍ତି, ସେ ଲୋକ କି ଦୃଷ୍ଟାନ୍ତ-ବାକ୍ୟବାଦୀ ନୁହେଁ?”