ଯିହିଜିକଲ 21

ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

Ezekiel 21:1 (UKJV) And the word of the LORD came unto me, saying,

1ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର,

3ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ୍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.