ଯିହିଜିକଲ 21

ପୁଣି, ହାତରେ ଧରାଯିବା ନିମନ୍ତେ ତାହା ମାର୍ଜିତ ହେବା ପାଇଁ ଦିଆଯାଇଅଛି; ହନ୍ତାର ହସ୍ତରେ ଦେବା ନିମନ୍ତେ ଖଡ୍ଗ ଶାଣିତ ଓ ମାର୍ଜିତ ହୋଇଅଛି।

Ezekiel 21:11 (UKJV) And he has given it to be furbished, that it may be handled: this sword is sharpened, and it is furbished, to give it into the hand of the slayer.

9“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି; କୁହ, ଖଡ୍ଗ, ଖଡ୍ଗ, ତାହା ଶାଣିତ ଓ ମଧ୍ୟ ମାର୍ଜିତ ହୋଇଅଛି;

10ହତ୍ୟା କରିବା ନିମନ୍ତେ ତାହା ଶାଣିତ ହୋଇଅଛି, ବିଜୁଳି ପରି ହେବା ପାଇଁ ତାହା ମାର୍ଜିତ ହୋଇଅଛି; ତେବେ ଆମ୍ଭେମାନେ କି ଆମୋଦ ପ୍ରମୋଦ କରିବା? ଆମ୍ଭ ପୁତ୍ରର ରାଜଦଣ୍ଡ ଯାବତୀୟ କାଷ୍ଠକୁ ତୁଚ୍ଛ କରେ।

11ପୁଣି, ହାତରେ ଧରାଯିବା ନିମନ୍ତେ ତାହା ମାର୍ଜିତ ହେବା ପାଇଁ ଦିଆଯାଇଅଛି; ହନ୍ତାର ହସ୍ତରେ ଦେବା ନିମନ୍ତେ ଖଡ୍ଗ ଶାଣିତ ଓ ମାର୍ଜିତ ହୋଇଅଛି।

12ହେ ମନୁଷ୍ୟ-ସନ୍ତାନ, କ୍ରନ୍ଦନ ଓ ହାହାକାର କର; କାରଣ ତାହା ଆମ୍ଭର ଲୋକମାନଙ୍କ ବିରୁଦ୍ଧରେ, ଇସ୍ରାଏଲର ସମସ୍ତ ଅଧିପତିଗଣର ବିରୁଦ୍ଧରେ ଉପସ୍ଥିତ ହୋଇଅଛି; ସେମାନେ ଆମ୍ଭ ଲୋକମାନଙ୍କ ସହିତ ଖଡ୍ଗରେ ସମର୍ପିତ ହୋଇଅଛନ୍ତି, ଏଣୁ ତୁମ୍ଭେ ଆପଣା ଊରୁ ଦେଶରେ ଆଘାତ କର।

13କାରଣ ପରୀକ୍ଷା ଗୋଟିଏ ଅଛି, ପୁଣି, ସେହି ତୁଚ୍ଛକାରୀ ରାଜଦଣ୍ଡ ଆଉ ନ ରହେ, ତେବେ ତହିଁରେ ହିଁ କି? ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.