13କାରଣ ପରୀକ୍ଷା ଗୋଟିଏ ଅଛି, ପୁଣି, ସେହି ତୁଚ୍ଛକାରୀ ରାଜଦଣ୍ଡ ଆଉ ନ ରହେ, ତେବେ ତହିଁରେ ହିଁ କି? ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
14ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ତୁମ୍ଭ ଦୁଇ ହସ୍ତ ଏକତ୍ର ମାର; ସେହି ଖଡ୍ଗ, ଆହତ ଲୋକମାନଙ୍କର ଖଡ୍ଗ ଦୁଇଗୁଣ, ତିନିଗୁଣ ହେଉ; ତାହା ଆହତ ମହତ ଲୋକର ଖଡ୍ଗ, ତାହା ସେମାନଙ୍କ ଭିତର କୋଠରିରେ ପ୍ରବେଶ କରେ।
15ସେମାନଙ୍କର ଅନ୍ତଃକରଣ ଯେପରି ତରଳି ଯାଏ ଓ ସେମାନଙ୍କର ଅନେକ ବିଘ୍ନ ଜନ୍ମେ, ଏଥିପାଇଁ ଆମ୍ଭେ ସେମାନଙ୍କର ସକଳ ନଗର-ଦ୍ୱାର ବିରୁଦ୍ଧରେ ଖଡ୍ଗର ଅଗ୍ରଭାଗ ରଖିଅଛୁ; ଆଃ! ତାହା ବିଜୁଳି ତୁଲ୍ୟ ନିର୍ମିତ, ହତ୍ୟା କରିବା ନିମନ୍ତେ ତାହା ତୀକ୍ଷ୍ଣ କରାଯାଇଅଛି।
16ତୁମ୍ଭେ ଆପଣାକୁ ଏକତ୍ର କର, ଡାହାଣକୁ ଯାଅ, ଆପଣାକୁ ସଜାଇ ବାମ ପ୍ରତି ଯାଅ; ଯେକୌଣସି ପ୍ରତି ତୁମ୍ଭର ମୁଖ ରଖାଯାଇଅଛି (ଆପଣାକୁ ପ୍ରସ୍ତୁତ କର)।
17ଆମ୍ଭେ ମଧ୍ୟ ଆପଣାର ଦୁଇ ହସ୍ତ ଏକତ୍ର ମାରିବା ଓ ଆମ୍ଭେ ଆପଣା କୋପକୁ ତୃପ୍ତ କରାଇବା,” ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।