ଯିହିଜିକଲ 21

ଆମ୍ଭେ ମଧ୍ୟ ଆପଣାର ଦୁଇ ହସ୍ତ ଏକତ୍ର ମାରିବା ଓ ଆମ୍ଭେ ଆପଣା କୋପକୁ ତୃପ୍ତ କରାଇବା,” ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।

Ezekiel 21:17 (UKJV) I will also strike mine hands together, and I will cause my fury to rest: I the LORD have said it.

15ସେମାନଙ୍କର ଅନ୍ତଃକରଣ ଯେପରି ତରଳି ଯାଏ ଓ ସେମାନଙ୍କର ଅନେକ ବିଘ୍ନ ଜନ୍ମେ, ଏଥିପାଇଁ ଆମ୍ଭେ ସେମାନଙ୍କର ସକଳ ନଗର-ଦ୍ୱାର ବିରୁଦ୍ଧରେ ଖଡ୍ଗର ଅଗ୍ରଭାଗ ରଖିଅଛୁ; ଆଃ! ତାହା ବିଜୁଳି ତୁଲ୍ୟ ନିର୍ମିତ, ହତ୍ୟା କରିବା ନିମନ୍ତେ ତାହା ତୀକ୍ଷ୍ଣ କରାଯାଇଅଛି।

16ତୁମ୍ଭେ ଆପଣାକୁ ଏକତ୍ର କର, ଡାହାଣକୁ ଯାଅ, ଆପଣାକୁ ସଜାଇ ବାମ ପ୍ରତି ଯାଅ; ଯେକୌଣସି ପ୍ରତି ତୁମ୍ଭର ମୁଖ ରଖାଯାଇଅଛି (ଆପଣାକୁ ପ୍ରସ୍ତୁତ କର)।

17ଆମ୍ଭେ ମଧ୍ୟ ଆପଣାର ଦୁଇ ହସ୍ତ ଏକତ୍ର ମାରିବା ଓ ଆମ୍ଭେ ଆପଣା କୋପକୁ ତୃପ୍ତ କରାଇବା,” ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।

18ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

19“ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ ମୁଣ୍ଡରେ ଚିହ୍ନିତ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.