ଯିହିଜିକଲ 21

ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

Ezekiel 21:18 (UKJV) The word of the LORD came unto me again, saying,

16ତୁମ୍ଭେ ଆପଣାକୁ ଏକତ୍ର କର, ଡାହାଣକୁ ଯାଅ, ଆପଣାକୁ ସଜାଇ ବାମ ପ୍ରତି ଯାଅ; ଯେକୌଣସି ପ୍ରତି ତୁମ୍ଭର ମୁଖ ରଖାଯାଇଅଛି (ଆପଣାକୁ ପ୍ରସ୍ତୁତ କର)।

17ଆମ୍ଭେ ମଧ୍ୟ ଆପଣାର ଦୁଇ ହସ୍ତ ଏକତ୍ର ମାରିବା ଓ ଆମ୍ଭେ ଆପଣା କୋପକୁ ତୃପ୍ତ କରାଇବା,” ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।

18ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

19“ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ ମୁଣ୍ଡରେ ଚିହ୍ନିତ କର।

20ଅମ୍ମୋନ-ସନ୍ତାନଗଣର ରବ୍ବାକୁ ଓ ପ୍ରାଚୀର-ବେଷ୍ଟିତ ଯିରୂଶାଲମସ୍ଥ ଯିହୁଦାକୁ ଖଡ୍ଗ ଆସିବା ନିମନ୍ତେ ତୁମ୍ଭେ ପଥ ପ୍ରସ୍ତୁତ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.