ଯିହିଜିକଲ 21

“ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ ମୁଣ୍ଡରେ ଚିହ୍ନିତ କର।

Ezekiel 21:19 (UKJV) Also, you son of man, appoint you two ways, that the sword of the king of Babylon may come: both two shall come forth out of one land: and choose you a place, choose it at the head of the way to the city.

17ଆମ୍ଭେ ମଧ୍ୟ ଆପଣାର ଦୁଇ ହସ୍ତ ଏକତ୍ର ମାରିବା ଓ ଆମ୍ଭେ ଆପଣା କୋପକୁ ତୃପ୍ତ କରାଇବା,” ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।

18ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

19“ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ ମୁଣ୍ଡରେ ଚିହ୍ନିତ କର।

20ଅମ୍ମୋନ-ସନ୍ତାନଗଣର ରବ୍ବାକୁ ଓ ପ୍ରାଚୀର-ବେଷ୍ଟିତ ଯିରୂଶାଲମସ୍ଥ ଯିହୁଦାକୁ ଖଡ୍ଗ ଆସିବା ନିମନ୍ତେ ତୁମ୍ଭେ ପଥ ପ୍ରସ୍ତୁତ କର।

21କାରଣ ବାବିଲ ରାଜା ମନ୍ତ୍ର ପାଠ କରିବା ନିମନ୍ତେ ଦୁଇ ପଥର ସଙ୍ଗମ ସ୍ଥାନରେ, ଅର୍ଥାତ୍‍, ଦୁଇ ପଥର ମୁଣ୍ଡରେ ଠିଆ ହେଲା; ସେ ତୀରସବୁ ଏଣେତେଣେ ହଲାଇଲା, ସେ ଠାକୁରମାନଙ୍କୁ ମନ୍ତ୍ରଣା ପଚାରିଲା, ସେ ଯକୃତ ନିରୀକ୍ଷଣ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.