1ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର,
3ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ୍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା।
4ଆମ୍ଭେ ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା, ଏଥିପାଇଁ ଆମ୍ଭର ଖଡ୍ଗ କୋଷରୁ ବାହାରି ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ପ୍ରାଣୀର ବିରୁଦ୍ଧରେ ଯିବ;