ଯିହିଜିକଲ 21

ଅମ୍ମୋନ-ସନ୍ତାନଗଣର ରବ୍ବାକୁ ଓ ପ୍ରାଚୀର-ବେଷ୍ଟିତ ଯିରୂଶାଲମସ୍ଥ ଯିହୁଦାକୁ ଖଡ୍ଗ ଆସିବା ନିମନ୍ତେ ତୁମ୍ଭେ ପଥ ପ୍ରସ୍ତୁତ କର।

Ezekiel 21:20 (UKJV) Appoint a way, that the sword may come to Rabbath of the Ammonites, and to Judah in Jerusalem the defenced.

18ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

19“ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ ମୁଣ୍ଡରେ ଚିହ୍ନିତ କର।

20ଅମ୍ମୋନ-ସନ୍ତାନଗଣର ରବ୍ବାକୁ ଓ ପ୍ରାଚୀର-ବେଷ୍ଟିତ ଯିରୂଶାଲମସ୍ଥ ଯିହୁଦାକୁ ଖଡ୍ଗ ଆସିବା ନିମନ୍ତେ ତୁମ୍ଭେ ପଥ ପ୍ରସ୍ତୁତ କର।

21କାରଣ ବାବିଲ ରାଜା ମନ୍ତ୍ର ପାଠ କରିବା ନିମନ୍ତେ ଦୁଇ ପଥର ସଙ୍ଗମ ସ୍ଥାନରେ, ଅର୍ଥାତ୍‍, ଦୁଇ ପଥର ମୁଣ୍ଡରେ ଠିଆ ହେଲା; ସେ ତୀରସବୁ ଏଣେତେଣେ ହଲାଇଲା, ସେ ଠାକୁରମାନଙ୍କୁ ମନ୍ତ୍ରଣା ପଚାରିଲା, ସେ ଯକୃତ ନିରୀକ୍ଷଣ କଲା।

22ତାହାର ଦକ୍ଷିଣ ହସ୍ତରେ ଯିରୂଶାଲମ ନାମରେ, ଅର୍ଥାତ୍‍, ସେହି ସ୍ଥାନରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବଧଆଜ୍ଞା ଦେବାକୁ, ଉଚ୍ଚସ୍ୱରରେ ସିଂହନାଦ କରିବାକୁ, ନଗରର ଦ୍ୱାରସମୂହର ବିରୁଦ୍ଧରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବନ୍ଧ ବାନ୍ଧିବାକୁ ଓ ଦୁର୍ଗ ନିର୍ମାଣ କରିବାକୁ ଯିରୂଶାଲମର ନାମରେ ମନ୍ତ୍ର ଉଠିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.