22ତାହାର ଦକ୍ଷିଣ ହସ୍ତରେ ଯିରୂଶାଲମ ନାମରେ, ଅର୍ଥାତ୍, ସେହି ସ୍ଥାନରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବଧଆଜ୍ଞା ଦେବାକୁ, ଉଚ୍ଚସ୍ୱରରେ ସିଂହନାଦ କରିବାକୁ, ନଗରର ଦ୍ୱାରସମୂହର ବିରୁଦ୍ଧରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବନ୍ଧ ବାନ୍ଧିବାକୁ ଓ ଦୁର୍ଗ ନିର୍ମାଣ କରିବାକୁ ଯିରୂଶାଲମର ନାମରେ ମନ୍ତ୍ର ଉଠିଲା।
23ମାତ୍ର ସେମାନଙ୍କ ପ୍ରତି, ଅର୍ଥାତ୍, ଯେଉଁମାନେ ଥରକୁଥର ସେମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେମାନଙ୍କ ଦୃଷ୍ଟିରେ ତାହା ମିଥ୍ୟା ବୋଧ ହେବ; ତଥାପି ସେମାନେ ଯେପରି ଧରାଯିବେ, ଏଥିପାଇଁ ସେ ସେମାନଙ୍କର ଅଧର୍ମ ସ୍ମରଣରେ ଆଣିବେ।
24ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ଆଜ୍ଞା-ଲଙ୍ଘନସବୁ ଅନାବୃତ ହେବାରେ ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସ୍ମରଣ କରାଇଅଛ, ଏଥିପାଇଁ ତୁମ୍ଭମାନଙ୍କର ସକଳ କ୍ରିୟାରେ ତୁମ୍ଭମାନଙ୍କର ପାପ ପ୍ରକାଶ ପାଏ; ତୁମ୍ଭେମାନେ ସ୍ମରଣରେ ଆସିବାରୁ ତୁମ୍ଭେମାନେ ହସ୍ତରେ ଧରାଯିବ।
25ପୁଣି, ହେ ଆହତ ଦୁଷ୍ଟ ଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;
26ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ସେହିପରି ଆଉ ରହିବ ନାହିଁ; ଯାହା ନୀଚ, ତାହାକୁ ଉଚ୍ଚ କର ଓ ଯାହା ଉଚ୍ଚ, ତାହାକୁ ନୀଚ କର।