ଯିହିଜିକଲ 21

ପୁଣି, ହେ ଆହତ ଦୁଷ୍ଟ ଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;

Ezekiel 21:25 (UKJV) And you, profane wicked prince of Israel, whose day has come, when iniquity shall have an end,

23ମାତ୍ର ସେମାନଙ୍କ ପ୍ରତି, ଅର୍ଥାତ୍‍, ଯେଉଁମାନେ ଥରକୁଥର ସେମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେମାନଙ୍କ ଦୃଷ୍ଟିରେ ତାହା ମିଥ୍ୟା ବୋଧ ହେବ; ତଥାପି ସେମାନେ ଯେପରି ଧରାଯିବେ, ଏଥିପାଇଁ ସେ ସେମାନଙ୍କର ଅଧର୍ମ ସ୍ମରଣରେ ଆଣିବେ।

24ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ଆଜ୍ଞା-ଲଙ୍ଘନସବୁ ଅନାବୃତ ହେବାରେ ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସ୍ମରଣ କରାଇଅଛ, ଏଥିପାଇଁ ତୁମ୍ଭମାନଙ୍କର ସକଳ କ୍ରିୟାରେ ତୁମ୍ଭମାନଙ୍କର ପାପ ପ୍ରକାଶ ପାଏ; ତୁମ୍ଭେମାନେ ସ୍ମରଣରେ ଆସିବାରୁ ତୁମ୍ଭେମାନେ ହସ୍ତରେ ଧରାଯିବ।

25ପୁଣି, ହେ ଆହତ ଦୁଷ୍ଟ ଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;

26ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ସେହିପରି ଆଉ ରହିବ ନାହିଁ; ଯାହା ନୀଚ, ତାହାକୁ ଉଚ୍ଚ କର ଓ ଯାହା ଉଚ୍ଚ, ତାହାକୁ ନୀଚ କର।

27ଆମ୍ଭେ ତାହା ଓଲଟାଇ ପକାଇବା, ଓଲଟାଇ ପକାଇବା, ଓଲଟାଇ ପକାଇବା; ଯେ ଅଧିକାରୀ ଅଟନ୍ତି, ସେ ନ ଆସିବା ପର୍ଯ୍ୟନ୍ତ ଏହା ମଧ୍ୟ ଆଉ ରହିବ ନାହିଁ, ତହୁଁ ଆମ୍ଭେ ତାହାଙ୍କୁ ଏହା ଦେବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.