27ଆମ୍ଭେ ତାହା ଓଲଟାଇ ପକାଇବା, ଓଲଟାଇ ପକାଇବା, ଓଲଟାଇ ପକାଇବା; ଯେ ଅଧିକାରୀ ଅଟନ୍ତି, ସେ ନ ଆସିବା ପର୍ଯ୍ୟନ୍ତ ଏହା ମଧ୍ୟ ଆଉ ରହିବ ନାହିଁ, ତହୁଁ ଆମ୍ଭେ ତାହାଙ୍କୁ ଏହା ଦେବା।
28ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,
29ଖଡ୍ଗ, ଖଡ୍ଗ ନିଷ୍କୋଷ ହୋଇଅଛି, ହତ୍ୟା ଓ ଗ୍ରାସ କରିବା ନିମନ୍ତେ ତାହା ଯେପରି ବିଦ୍ୟୁତ୍ ପରି ହେବ, ଏଥିପାଇଁ ତାହା ମାର୍ଜିତ ହୋଇଅଛି।
30ତାକୁ ପୁନର୍ବାର ତାହାର କୋଷକୁ ଫେରାଇ ଆଣ। ତୁମ୍ଭେ ଯେଉଁ ସ୍ଥାନରେ ସୃଷ୍ଟ ହୋଇଥିଲ ଓ ଯେଉଁ ଦେଶରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ଆମ୍ଭେ ତୁମ୍ଭର ବିଚାର କରିବା।
31ଆଉ, ଆମ୍ଭେ ତୁମ୍ଭ ଉପରେ ଆପଣା କ୍ରୋଧ ଢାଳିବା; ଆମ୍ଭେ ତୁମ୍ଭ ଉପରେ ଆପଣା କୋପରୂପ ଅଗ୍ନି ଫୁଙ୍କିବା; ପୁଣି, ଆମ୍ଭେ ପଶୁବତ୍ ଓ ବିନାଶ କରିବାକୁ ନିପୁଣ ଲୋକମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା।