ଯିହିଜିକଲ 21

ଆଉ, ଆମ୍ଭେ ତୁମ୍ଭ ଉପରେ ଆପଣା କ୍ରୋଧ ଢାଳିବା; ଆମ୍ଭେ ତୁମ୍ଭ ଉପରେ ଆପଣା କୋପରୂପ ଅଗ୍ନି ଫୁଙ୍କିବା; ପୁଣି, ଆମ୍ଭେ ପଶୁବତ୍‍ ଓ ବିନାଶ କରିବାକୁ ନିପୁଣ ଲୋକମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା।

Ezekiel 21:31 (UKJV) And I will pour out mine indignation upon you, I will blow against you in the fire of my wrath, and deliver you into the hand of brutish men, and skilful to destroy.

29ଖଡ୍ଗ, ଖଡ୍ଗ ନିଷ୍କୋଷ ହୋଇଅଛି, ହତ୍ୟା ଓ ଗ୍ରାସ କରିବା ନିମନ୍ତେ ତାହା ଯେପରି ବିଦ୍ୟୁତ୍ ପରି ହେବ, ଏଥିପାଇଁ ତାହା ମାର୍ଜିତ ହୋଇଅଛି।

30ତାକୁ ପୁନର୍ବାର ତାହାର କୋଷକୁ ଫେରାଇ ଆଣ। ତୁମ୍ଭେ ଯେଉଁ ସ୍ଥାନରେ ସୃଷ୍ଟ ହୋଇଥିଲ ଓ ଯେଉଁ ଦେଶରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ଆମ୍ଭେ ତୁମ୍ଭର ବିଚାର କରିବା।

31ଆଉ, ଆମ୍ଭେ ତୁମ୍ଭ ଉପରେ ଆପଣା କ୍ରୋଧ ଢାଳିବା; ଆମ୍ଭେ ତୁମ୍ଭ ଉପରେ ଆପଣା କୋପରୂପ ଅଗ୍ନି ଫୁଙ୍କିବା; ପୁଣି, ଆମ୍ଭେ ପଶୁବତ୍‍ ଓ ବିନାଶ କରିବାକୁ ନିପୁଣ ଲୋକମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା।

32ତୁମ୍ଭେ ଅଗ୍ନି ପାଇଁ ଜାଳ ସ୍ୱରୂପ ହେବ; ତୁମ୍ଭର ରକ୍ତ ଦେଶ ମଧ୍ୟରେ ପତିତ ହେବ; ତୁମ୍ଭେ ଆଉ ସ୍ମୃତିପଥରେ ଆସିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.