30ତାକୁ ପୁନର୍ବାର ତାହାର କୋଷକୁ ଫେରାଇ ଆଣ। ତୁମ୍ଭେ ଯେଉଁ ସ୍ଥାନରେ ସୃଷ୍ଟ ହୋଇଥିଲ ଓ ଯେଉଁ ଦେଶରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ଆମ୍ଭେ ତୁମ୍ଭର ବିଚାର କରିବା।
31ଆଉ, ଆମ୍ଭେ ତୁମ୍ଭ ଉପରେ ଆପଣା କ୍ରୋଧ ଢାଳିବା; ଆମ୍ଭେ ତୁମ୍ଭ ଉପରେ ଆପଣା କୋପରୂପ ଅଗ୍ନି ଫୁଙ୍କିବା; ପୁଣି, ଆମ୍ଭେ ପଶୁବତ୍ ଓ ବିନାଶ କରିବାକୁ ନିପୁଣ ଲୋକମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା।
32ତୁମ୍ଭେ ଅଗ୍ନି ପାଇଁ ଜାଳ ସ୍ୱରୂପ ହେବ; ତୁମ୍ଭର ରକ୍ତ ଦେଶ ମଧ୍ୟରେ ପତିତ ହେବ; ତୁମ୍ଭେ ଆଉ ସ୍ମୃତିପଥରେ ଆସିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।”