ଯିହିଜିକଲ 21

ଆମ୍ଭେ ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା, ଏଥିପାଇଁ ଆମ୍ଭର ଖଡ୍ଗ କୋଷରୁ ବାହାରି ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ପ୍ରାଣୀର ବିରୁଦ୍ଧରେ ଯିବ;

Ezekiel 21:4 (UKJV) Seeing then that I will cut off from you the righteous and the wicked, therefore shall my sword go forth out of his sheath against all flesh from the south to the north:

2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର,

3ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ୍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା।

4ଆମ୍ଭେ ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା, ଏଥିପାଇଁ ଆମ୍ଭର ଖଡ୍ଗ କୋଷରୁ ବାହାରି ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ପ୍ରାଣୀର ବିରୁଦ୍ଧରେ ଯିବ;

5ତହିଁରେ ସମସ୍ତ ପ୍ରାଣୀ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା ଖଡ୍ଗ କୋଷରୁ ବାହାର କରିଅଛୁ; ତାହା ଆଉ ଫେରିବ ନାହିଁ।

6ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦୀର୍ଘ ନିଃଶ୍ୱାସ ଛାଡ଼; ତୁମ୍ଭେ ଆପଣା କଟି ଭାଙ୍ଗି ମନସ୍ତାପପୂର୍ବକ ସେମାନଙ୍କ ସାକ୍ଷାତରେ ଦୀର୍ଘ ନିଃଶ୍ୱାସ ଛାଡ଼ିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.