ଯିହିଜିକଲ 21

“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି; କୁହ, ଖଡ୍ଗ, ଖଡ୍ଗ, ତାହା ଶାଣିତ ଓ ମଧ୍ୟ ମାର୍ଜିତ ହୋଇଅଛି;

Ezekiel 21:9 (UKJV) Son of man, prophesy, and say, Thus says the LORD; Say, A sword, a sword is sharpened, and also furbished:

7ଆଉ, ‘ତୁମ୍ଭେ କାହିଁକି ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛ?’ ଏ କଥା ଯଦି ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ‘ସମ୍ବାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳାନ୍ତ ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ,’” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।

8ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

9“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି; କୁହ, ଖଡ୍ଗ, ଖଡ୍ଗ, ତାହା ଶାଣିତ ଓ ମଧ୍ୟ ମାର୍ଜିତ ହୋଇଅଛି;

10ହତ୍ୟା କରିବା ନିମନ୍ତେ ତାହା ଶାଣିତ ହୋଇଅଛି, ବିଜୁଳି ପରି ହେବା ପାଇଁ ତାହା ମାର୍ଜିତ ହୋଇଅଛି; ତେବେ ଆମ୍ଭେମାନେ କି ଆମୋଦ ପ୍ରମୋଦ କରିବା? ଆମ୍ଭ ପୁତ୍ରର ରାଜଦଣ୍ଡ ଯାବତୀୟ କାଷ୍ଠକୁ ତୁଚ୍ଛ କରେ।

11ପୁଣି, ହାତରେ ଧରାଯିବା ନିମନ୍ତେ ତାହା ମାର୍ଜିତ ହେବା ପାଇଁ ଦିଆଯାଇଅଛି; ହନ୍ତାର ହସ୍ତରେ ଦେବା ନିମନ୍ତେ ଖଡ୍ଗ ଶାଣିତ ଓ ମାର୍ଜିତ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.