ଯିହିଜିକଲ 22

ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

Ezekiel 22:1 (UKJV) Moreover the word of the LORD came unto me, saying,

1ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ।

3ପୁଣି, ତୁମ୍ଭେ ତାହାକୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ନଗରୀ! ତୁମ୍ଭେ ଆପଣାର କାଳ ଉପସ୍ଥିତ କରାଇବା ନିମନ୍ତେ ଆପଣା ମଧ୍ୟରେ ରକ୍ତପାତ କରୁଅଛ ଓ ଆପଣାକୁ ଅଶୁଚି କରିବା ନିମନ୍ତେ ଆପଣା ପାଇଁ ପ୍ରତିମାଗଣ ନିର୍ମାଣ କରୁଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.