10ତୁମ୍ଭ ମଧ୍ୟରେ ଲୋକମାନେ ଆପଣା ଆପଣା ପିତାର ଆବରଣୀୟ ଅନାବୃତ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଋତୁ ସମୟରେ ଅଶୁଚି ଥିବା ସ୍ତ୍ରୀକୁ ବଳାତ୍କାର କରିଅଛନ୍ତି।
11ପୁଣି, କେହି କେହି ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ପୁଣି, ଅନ୍ୟ କେହି କେହି ଲମ୍ପଟତାପୂର୍ବକ ଆପଣା ପୁତ୍ରବଧୂକୁ ଅଶୁଚି କରିଅଛନ୍ତି; ଆଉ, ତୁମ୍ଭ ମଧ୍ୟରେ ଅନ୍ୟ କେହି କେହି ଆପଣା ଆପଣା ଭଗିନୀକୁ, ଆପଣା ପିତାର କନ୍ୟାକୁ ବଳାତ୍କାର କରିଅଛନ୍ତି।
12ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ, ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
13ଏଥିପାଇଁ ଦେଖ, ତୁମ୍ଭର ଅନ୍ୟାୟ ଲାଭ ଓ ତୁମ୍ଭ ମଧ୍ୟରେ ଯେଉଁ ରକ୍ତପାତ ହୋଇଅଛି, ତହିଁ ନିମନ୍ତେ ଆମ୍ଭେ ଆପଣା ହସ୍ତ ଦେଇଅଛୁ।
14ଯେଉଁ ଦିନ ଆମ୍ଭେ ତୁମ୍ଭଠାରୁ ନିକାଶ ନେବା, ସେହି ଦିନ ତୁମ୍ଭ ଅନ୍ତଃକରଣ କି ସହି ପାରିବ, ଅବା ତୁମ୍ଭର ହସ୍ତ କି ସବଳ ହୋଇ ପାରିବ? ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଏହା ସିଦ୍ଧ କରିବା।