17ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
18“ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ଆମ୍ଭ ନିକଟରେ ଖାଦ ସ୍ୱରୂପ ହୋଇଅଛନ୍ତି; ସେମାନେ ସମସ୍ତେ ଉହ୍ମେଇ ମଧ୍ୟରେ ପିତ୍ତଳ, ଦସ୍ତା, ଲୁହା ଓ ସୀସା ସ୍ୱରୂପ ହୋଇଅଛନ୍ତି; ସେମାନେ ରୂପାର ଖାଦ ସ୍ୱରୂପ,
19ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସମସ୍ତେ ଖାଦ ସ୍ୱରୂପ ହୋଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ଯିରୂଶାଲମ ମଧ୍ୟରେ ଏକତ୍ର କରିବା।
20ଯେପରି ଲୋକମାନେ ଉହ୍ମେଇ ମଧ୍ୟରେ ରୂପା, ପିତ୍ତଳ ଓ ଲୁହା, ସୀସା ଓ ଦସ୍ତା ଏକତ୍ର କରି, ତରଳାଇବା ପାଇଁ ତହିଁ ଉପରେ ଅଗ୍ନି ରଖି ଫୁଙ୍କନ୍ତି; ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ଆପଣା କ୍ରୋଧ ଓ ଆପଣା କୋପରେ ଏକତ୍ର କରି ସେହି ସ୍ଥାନରେ ରଖିବା ଓ ତୁମ୍ଭମାନଙ୍କୁ ତରଳାଇବା।
21ହଁ, ଆମ୍ଭେ ତୁମ୍ଭମାନଙ୍କୁ ଏକତ୍ର କରି ଆପଣା କ୍ରୋଧରୂପ ଅଗ୍ନିରେ ତୁମ୍ଭମାନଙ୍କୁ ଫୁଙ୍କିବା, ତହୁଁ ତୁମ୍ଭେମାନେ ତହିଁ ମଧ୍ୟରେ ତରଳି ଯିବ।