19ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସମସ୍ତେ ଖାଦ ସ୍ୱରୂପ ହୋଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ଯିରୂଶାଲମ ମଧ୍ୟରେ ଏକତ୍ର କରିବା।
20ଯେପରି ଲୋକମାନେ ଉହ୍ମେଇ ମଧ୍ୟରେ ରୂପା, ପିତ୍ତଳ ଓ ଲୁହା, ସୀସା ଓ ଦସ୍ତା ଏକତ୍ର କରି, ତରଳାଇବା ପାଇଁ ତହିଁ ଉପରେ ଅଗ୍ନି ରଖି ଫୁଙ୍କନ୍ତି; ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ଆପଣା କ୍ରୋଧ ଓ ଆପଣା କୋପରେ ଏକତ୍ର କରି ସେହି ସ୍ଥାନରେ ରଖିବା ଓ ତୁମ୍ଭମାନଙ୍କୁ ତରଳାଇବା।
21ହଁ, ଆମ୍ଭେ ତୁମ୍ଭମାନଙ୍କୁ ଏକତ୍ର କରି ଆପଣା କ୍ରୋଧରୂପ ଅଗ୍ନିରେ ତୁମ୍ଭମାନଙ୍କୁ ଫୁଙ୍କିବା, ତହୁଁ ତୁମ୍ଭେମାନେ ତହିଁ ମଧ୍ୟରେ ତରଳି ଯିବ।
22ଯେପରି ରୂପା ଉହ୍ମେଇ ମଧ୍ୟରେ ତରଳାଯାଏ, ସେହିପରି ତୁମ୍ଭେମାନେ ତହିଁ ମଧ୍ୟରେ ତରଳା ଯିବ; ତହିଁରେ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଯେ ଆପଣା କୋପ ଢାଳିଅଛୁ, ଏହା ତୁମ୍ଭେମାନେ ଜାଣିବ।”
23ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,