ଯିହିଜିକଲ 22

ତାହାର ଅଧିପତିମାନେ ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ ଓ ପ୍ରାଣୀମାନଙ୍କୁ ବିନାଶ କରିବା ପାଇଁ ମୃଗୟା ବିଦାରିବାକୁ ଉତ୍ସୁକ, କେନ୍ଦୁଆଗଣ ପରି ତହିଁ ମଧ୍ୟରେ ଅଛନ୍ତି।

Ezekiel 22:27 (UKJV) Her princes in the midst thereof are like wolves ravening the prey, to shed blood, and to destroy souls, to get dishonest gain.

25ତାହାର ଭବିଷ୍ୟଦ୍‍ବକ୍ତାମାନେ ତହିଁ ମଧ୍ୟରେ ଚକ୍ରାନ୍ତ କରନ୍ତି, ସେମାନେ ମୃଗୟା ବିଦାରିବାକୁ ଉତ୍ସୁକ ଗର୍ଜ୍ଜନକାରୀ ସିଂହ ପରି; ସେମାନେ ପ୍ରାଣୀମାନଙ୍କୁ ଗ୍ରାସ କରିଅଛନ୍ତି; ସେମାନେ ଧନ ଓ ବହୁମୂଲ୍ୟ ବସ୍ତ୍ର ହରଣ କରନ୍ତି; ସେମାନେ ତହିଁ ମଧ୍ୟରେ ଅନେକଙ୍କୁ ବିଧବା କରିଅଛନ୍ତି।

26ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।

27ତାହାର ଅଧିପତିମାନେ ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ ଓ ପ୍ରାଣୀମାନଙ୍କୁ ବିନାଶ କରିବା ପାଇଁ ମୃଗୟା ବିଦାରିବାକୁ ଉତ୍ସୁକ, କେନ୍ଦୁଆଗଣ ପରି ତହିଁ ମଧ୍ୟରେ ଅଛନ୍ତି।

28ପୁଣି, ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଇ ଓ ସଦାପ୍ରଭୁ କହି ନ ଥିଲେ ହେଁ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହିଅଛନ୍ତି’ ବୋଲି ସେମାନଙ୍କ ନିକଟରେ ମିଥ୍ୟା ମନ୍ତ୍ର ପାଠ କରି ଅମିଶ୍ରିତ ମସଲାରେ ସେମାନଙ୍କ କାନ୍ଥ ଲେପନ କରିଅଛନ୍ତି।

29ଦେଶସ୍ଥ ଲୋକମାନେ ଉପଦ୍ରବ କରିଅଛନ୍ତି ଓ ପରର ଦ୍ରବ୍ୟ ବଳପୂର୍ବକ ଅପହରଣ କରିଅଛନ୍ତି; ହଁ, ସେମାନେ ଦରିଦ୍ର ଓ ଦୀନହୀନକୁ କ୍ଳେଶ ଦେଇଅଛନ୍ତି ଓ ବିଦେଶୀ ପ୍ରତି ଅନ୍ୟାୟପୂର୍ବକ ଉପଦ୍ରବ କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.