26ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।
27ତାହାର ଅଧିପତିମାନେ ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ ଓ ପ୍ରାଣୀମାନଙ୍କୁ ବିନାଶ କରିବା ପାଇଁ ମୃଗୟା ବିଦାରିବାକୁ ଉତ୍ସୁକ, କେନ୍ଦୁଆଗଣ ପରି ତହିଁ ମଧ୍ୟରେ ଅଛନ୍ତି।
28ପୁଣି, ତାହାର ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଇ ଓ ସଦାପ୍ରଭୁ କହି ନ ଥିଲେ ହେଁ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହିଅଛନ୍ତି’ ବୋଲି ସେମାନଙ୍କ ନିକଟରେ ମିଥ୍ୟା ମନ୍ତ୍ର ପାଠ କରି ଅମିଶ୍ରିତ ମସଲାରେ ସେମାନଙ୍କ କାନ୍ଥ ଲେପନ କରିଅଛନ୍ତି।
29ଦେଶସ୍ଥ ଲୋକମାନେ ଉପଦ୍ରବ କରିଅଛନ୍ତି ଓ ପରର ଦ୍ରବ୍ୟ ବଳପୂର୍ବକ ଅପହରଣ କରିଅଛନ୍ତି; ହଁ, ସେମାନେ ଦରିଦ୍ର ଓ ଦୀନହୀନକୁ କ୍ଳେଶ ଦେଇଅଛନ୍ତି ଓ ବିଦେଶୀ ପ୍ରତି ଅନ୍ୟାୟପୂର୍ବକ ଉପଦ୍ରବ କରିଅଛନ୍ତି।
30ପୁଣି, ଆମ୍ଭେ ଯେପରି ଦେଶ ବିନଷ୍ଟ ନ କରୁ, ଏଥିପାଇଁ ଯେ ପ୍ରାଚୀର ଦୃଢ଼ କରି ପାରିବ ଓ ଫାଟ ସ୍ଥାନରେ ଆମ୍ଭ ସମ୍ମୁଖରେ ଦେଶର ସପକ୍ଷରେ ଠିଆ ହେବ, ଏପରି ଏକ ପୁରୁଷ ଆମ୍ଭେ ଅନ୍ଵେଷଣ କଲୁ, ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ।