29ଦେଶସ୍ଥ ଲୋକମାନେ ଉପଦ୍ରବ କରିଅଛନ୍ତି ଓ ପରର ଦ୍ରବ୍ୟ ବଳପୂର୍ବକ ଅପହରଣ କରିଅଛନ୍ତି; ହଁ, ସେମାନେ ଦରିଦ୍ର ଓ ଦୀନହୀନକୁ କ୍ଳେଶ ଦେଇଅଛନ୍ତି ଓ ବିଦେଶୀ ପ୍ରତି ଅନ୍ୟାୟପୂର୍ବକ ଉପଦ୍ରବ କରିଅଛନ୍ତି।
30ପୁଣି, ଆମ୍ଭେ ଯେପରି ଦେଶ ବିନଷ୍ଟ ନ କରୁ, ଏଥିପାଇଁ ଯେ ପ୍ରାଚୀର ଦୃଢ଼ କରି ପାରିବ ଓ ଫାଟ ସ୍ଥାନରେ ଆମ୍ଭ ସମ୍ମୁଖରେ ଦେଶର ସପକ୍ଷରେ ଠିଆ ହେବ, ଏପରି ଏକ ପୁରୁଷ ଆମ୍ଭେ ଅନ୍ଵେଷଣ କଲୁ, ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ।
31ଏହେତୁ ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦେଇଅଛୁ; ଆମ୍ଭେ ଆପଣା କୋପାଗ୍ନିରେ ସେମାନଙ୍କୁ ସଂହାର କରିଅଛୁ; ସେମାନଙ୍କ ନିଜ କାର୍ଯ୍ୟର ଫଳ ସେମାନଙ୍କର ମସ୍ତକରେ ବର୍ତ୍ତାଇଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”