2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ।
3ପୁଣି, ତୁମ୍ଭେ ତାହାକୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ନଗରୀ! ତୁମ୍ଭେ ଆପଣାର କାଳ ଉପସ୍ଥିତ କରାଇବା ନିମନ୍ତେ ଆପଣା ମଧ୍ୟରେ ରକ୍ତପାତ କରୁଅଛ ଓ ଆପଣାକୁ ଅଶୁଚି କରିବା ନିମନ୍ତେ ଆପଣା ପାଇଁ ପ୍ରତିମାଗଣ ନିର୍ମାଣ କରୁଅଛ।
4ତୁମ୍ଭେ ଯେଉଁ ରକ୍ତପାତ କରିଅଛ, ତଦ୍ଦ୍ୱାରା ଦୋଷୀ ହୋଇଅଛ ଓ ତୁମ୍ଭେ ଯେଉଁ ପ୍ରତିମାଗଣ ନିର୍ମାଣ କରିଅଛ, ତଦ୍ଦ୍ୱାରା ଅଶୁଚି ହୋଇଅଛ; ଆଉ, ତୁମ୍ଭେ ଆପଣାର ଦିନ ନିକଟବର୍ତ୍ତୀ କରାଇଅଛ ଓ ମଧ୍ୟ ଆପଣା ଆୟୁର ଶେଷାଂଶରେ ଉପସ୍ଥିତ ହୋଇଅଛ; ଏଣୁ ଆମ୍ଭେ ତୁମ୍ଭକୁ ଗୋଷ୍ଠୀଗଣ ନିକଟରେ ନିନ୍ଦାର ପାତ୍ର ଓ ସବୁ ଦେଶ ନିକଟରେ ପରିହାସର ପାତ୍ର କରିଅଛୁ।
5ହେ ଦୁର୍ନାମୀ ଓ କଳହପୂର୍ଣ୍ଣେ, ତୁମ୍ଭର ନିକଟସ୍ଥ ଓ ଦୂରସ୍ଥ ସମସ୍ତେ ତୁମ୍ଭକୁ ପରିହାସ କରିବେ।
6ଦେଖ, ଇସ୍ରାଏଲର ଅଧିପତିଗଣ ପ୍ରତ୍ୟେକେ ଆପଣା ଆପଣା ପରାକ୍ରମ ଅନୁସାରେ ରକ୍ତପାତ କରିବା ନିମନ୍ତେ ତୁମ୍ଭ ମଧ୍ୟରେ ରହିଅଛନ୍ତି।